ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । କଲେଜ ପକ୍ଷରୁ ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ଏହାପରେ ୯ ତାରିଖରେ ନାମାଙ୍କନ ଦାଖଲ ହେବ । ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ଶିକ୍ଷାମନ୍ତ୍ରୀ ସୂଚନା ଦେଇଛନ୍ତି ।


ଏସବୁ ଭିତରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ଛାତ୍ର ବିଜେଡି ଏବଂ ଛାତ୍ର କଂଗ୍ରେସ ପକ୍ଷରୁ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ୩ ଦଳର ଛାମୁଆ ସଙ୍ଗଠନ ବର୍ତ୍ତମାନ ସେମାନଙ୍କର ସାଙ୍ଗଠନିକ ସ୍ଥିତି ଏବଂ ଭିତିରି କନ୍ଦଳ ତୁଟାଇବା ପାଇଁ ସବୁ ବଳ ଲଗାଇ ଦେଇଛନ୍ତି।
