ନୂଆଦିଲ୍ଲୀ: ଭାରତର ୫୩ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଜଷ୍ଟିସ ସୂର୍ଯ୍ୟକାନ୍ତ ଶପଥ ଗ୍ରହଣ କରିଛନ୍ତି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦେଇଛନ୍ତି ।