ନୂଆଦିଲ୍ଲୀ; ପୁଣି ଫେରିଛି କରୋନା । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମଣ ମାମଲା । ଗୁରୁବାର ସୁଦ୍ଧା, ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧୨୦୦ ଅତିକ୍ରମ କରିଛି। ଏହା ଯୋଗୁଁ ୧୨ ଜଣଙ୍କର ଜୀବନ ମଧ୍ୟ ଯାଇଛି। ଯାହାକୁ ନେଇ ଚିନ୍ତାର କାରଣ ପାଲଟିଛି । ମହାରାଷ୍ଟ୍ରରେ କୋଭିଡର ୮୬ଟି ନୂତନ ମାମଲା ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗ, ଦିଲ୍ଲୀ ଏବଂ ରାଜସ୍ଥାନ ସମେତ ଅନ୍ୟାନ୍ୟ ରାଜ୍ୟକୁ କୋଭିଡ୍ ବ୍ୟାପି ଚାଲିଛି। ଏ ସମ୍ପର୍କରେ, ରାଜ୍ୟ ସରକାର ଗୁଡ଼ିକ ହସ୍ପିଟାଲ ପାଇଁ ନିର୍ଦ୍ଦେଶାବଳୀ ମଧ୍ୟ ଜାରି କରିଛନ୍ତି।