ଇସଲାମାବାଦ: ଇମ୍ରାନ ସରକାରର ପତନ ଘଟିବା ପରେ ଏବେ ପାକିସ୍ତାନ ପାଇଁ ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚିତ କରାଯିବ। ଏନେଇ ଆଜି ସଂସଦରେ ନିର୍ବାଚନ ହେବାକୁ ଥିବା ବେଳେ ମତଦାନକୁ ବର୍ଜନ କରିଛନ୍ତି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ କହିଛନ୍ତି ଯେ, କୌଣସି ପରିସ୍ଥିତିରେ ଆମେ ଏହି ସଂସଦରେ ବସିବୁ ନାହିଁ। ମୁଁ ଏହି ଚୋରମାନଙ୍କ ସହିତ ସଂସଦରେ ବସି ଭୋଟ ଦେବି ନାହିଁ। ସେ ଆହୁରି କହିଛନ୍ତି ଯେ, ଯେଉଁ ବ୍ୟକ୍ତିଙ୍କ ଉପରେ ୧୬ ବିଲିୟନ ଏବଂ ୮ ବିଲିୟନ ଟଙ୍କାର ଦୁର୍ନୀତି ମାମଲା ରହିଛି ସେ ଯଦି ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ଏହା ଦେଶ ପାଇଁ ଲଜ୍ଜାଜନକ ବିଷୟ। ଏଥିପାଇଁ ତେହେରିକ୍-ଇ-ଇନସାଫ(ପିଟିଆଇ)ର ସମସ୍ତ ସଦସ୍ୟ ଇସ୍ତଫା ଦେବା ସହ ଏହି ନିର୍ବାଚନକୁ ବର୍ଜନ କରୁଛୁ।