ଆଜି ଅନୁଷ୍ଠିତ ହେବ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ 5 ଟା ଠାରୁ ରାତି 10ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ।

Comments (0)
Add Comment