ଦୁବାଇ: ଟିମ୍ ଇଣ୍ଡିଆ ଏବଂ ପାକିସ୍ତାନ ଗ୍ରୁପ୍ ‘ଏ’ ରୁ ସୁପର ୪ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି । ଏହା ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଆଉ ଏକ ମୁକାବିଲା ହେବା ନିଶ୍ଚିତ ହୋଇଛି। ଦୁଇ ଦଳ ମଧ୍ୟରେ ପରବର୍ତ୍ତୀ ମ୍ୟାଚ୍ ସେପ୍ଟେମ୍ବର ୨୧ ରବିବାରରେ ଦୁବାଇରେ ଖେଳାଯିବ। ବୁଧବାର ପାକିସ୍ତାନ ଏବଂ ୟୁଏଇ ମଧ୍ୟରେ ଖେଳାଯାଇଥିବା ଏସିଆ କପର ଦଶମ ମ୍ୟାଚ୍ରେ ପାକିସ୍ତାନ ୪୧ ରନରେ ବିଜୟୀ ହୋଇଛି । ଏହି ବିଜୟ ସହିତ ପାକିସ୍ତାନ ସୁପର ୪ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଆୟୋଜକ ୟୁଏଇର ଯାତ୍ରା ଶେଷ ହୋଇଛି ।