ଟୋକିଓ: ଚଳିତ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଟିମ୍ ସେମିଫାଇନାଲରେ ପହଞ୍ଚିଛି। ରବିବାର ଭାରତୀୟ ପୁରୁଷ ଟିମ୍ କ୍ୱାର୍ଟର୍ ଫାଇନାଲରେ ଗ୍ରେଟ୍ ବ୍ରିଟେନକୁ ୩-୨ ଗୋଲରେ ହରାଇ ଅନ୍ତିମ-୪ ଟିକେଟ୍ କାଟିଛି। ଏଥିସହ ଭାରତ ୪୧ ବର୍ଷ ପରେ ଅଲିମ୍ପିକ୍ସର ସେମିଫାଇନାଲରେ ସ୍ଥାନ ହାସଲ କରିଛି। ଏହା ପୂର୍ବରୁ ୧୯୮୦ ଅଲିମ୍ପିକ୍ସରେ ଭାରତ ସ୍ୱର୍ଣ୍ଣ ପଦକ ଜିତିଥିଲା। ତେବେ ଏହା ପରଠାରୁ ଭାରତ ଥରେ ବି ସେମିକୁ ଉତ୍ତୀର୍ଣ୍ଣ ହୋଇପାରିନାହିଁ। ଅନ୍ୟପକ୍ଷରେ ଭାରତୀୟ ମହିଳା ଟିମ୍ ଆସନ୍ତାକାଲି କ୍ୱାର୍ଟର୍ ଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ।