ଅର୍ଚ୍ଚନା ମାମଲାର ତଦନ୍ତ କରିବ ଇଡି

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତଦନ୍ତ କରିବ । କମିସନରେଟ ପୁଲିସ ପକ୍ଷରୁ ୨ଟି ଏତଲାର କପି ଇଡିକୁ ହସ୍ତାନ୍ତର କରାଯାଇଛି । କମିସନରେଟ ପୁଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଛି । ବେଆଇନ୍‌ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରିପାରେ । ଏଥିପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କମିସନରେଟ ପୁଲିସକୁ ଅର୍ଚ୍ଚନାର ବିରୋଧରେ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ଏତଲାର କପି ମାଗିଥିଲା । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ନେଇ ଖୋଳତାଡ କରିବ ବୋଲି ଅନୁମାନ କରାଯାଉଛି । ଉଭୟ ସ୍ୱାମୀ ଓ ସ୍ତ୍ରୀ ଏବେ ଗିରଫ ହୋଇ ଝାରପଡା ଜେଲରେ ଅଛନ୍ତି । ଗତ ୭ ତାରିଖରେ ଅର୍ଚ୍ଚନା ଗିରଫ ହେବାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁଙ୍କୁ ପୁଲିସ ଗିରଫ କରିଥିଲା ।

Comments (0)
Add Comment