ବିଧାନସଭାରୁ ହଟିଲା କୋଭିଡ କଟକଣା

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ବାଚସ୍ପତିଙ୍କ ଅଧକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି ଯେ ରାଜ୍ୟରେ ଥିବା କୋଭିଡ କଟକଣା ହଟିଥିବା ହେତୁ ପୂର୍ବ ଅପେକ୍ଷା ବିଧାନସଭା ଅବଧି ୧ ଘଣ୍ଟା ବୃଦ୍ଧି ହୋଇଛି । ସନ୍ଧ୍ୟା ୬ ପରିବର୍ତ୍ତେ ସନ୍ଧ୍ୟା ୭ଟା ଯାଏ ଗୃହକାର୍ଯ୍ୟ ଚାଲିବ । ସେହିଭଳି ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀକୁ ଯିବାକୁ ଅନୁମତି ଦିଆଯାଇଛି । ଆସନ୍ତା ୨୪ରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହି ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଓ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Comments (0)
Add Comment