ରାଜ୍ୟରେ ପୁଣି ୧୬୧୭ କରୋନା ପଜିଟିଭ ଚିହ୍ନଟ, ୧୩ ମୃତ

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୧ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୭୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୬ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୧୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୫ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୦ଜଣ, ଯାଜପୁର ଜିଲ୍ଲାରୁ ୪୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୮୪ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୪ଜଣଷ କେନ୍ଦୁଝର ଜିଲ୍ଲାରୁ ୫୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୨ଜଣ, କୋରାପୁଟ ଜିଲ୍ଲାରୁ ୩୨ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୯ଜଣ, ପୁରୀ ଜିଲ୍ଲାରୁ ୭୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩ଜଣ, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୭୦୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୬୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୦୧୩୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୪୬୩୫୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments (0)
Add Comment