ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର : ସାଇବର ଅପରାଧ ଏବେ ସାରା ବିଶ୍ୱରେ ଚିନ୍ତାର କାରଣ ହେଇଛି । ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି ।ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ । ତେଣୁ ସାଇବର ଅପରାଧ ତଥା ତଦ୍‌ ଜନିତ ଆର୍ଥିକ ଅପରାଧକୁ ରୋକିବା ତଥା ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ୱତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ବର୍ତ୍ତମାନ ସମ୍ବଲପୁର ,ରାଉରକେଲା ଓ ବ୍ରହ୍ମପୁରରେ କାର୍ଯ୍ୟ କରୁଥିବା ତିନୋଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନାର ଏହି ନୂଆ ବ୍ୟବସ୍ଥା ସହ ମିଶିଯିବ । ଏହା ଦ୍ୱାରା ଏହି ଥାନର ସଖ୍ୟା ୧୪ରେ ପହଞ୍ଚିଲା ।ଏହି ୧୪ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ନିମ୍ନଲିଖିତ ୧୪ଟି ସ୍ଥାନରେ ପ୍ରତିଷ୍ଠା କରାଯିବ । ସେଗୁଡିକ ହେଲା – କଟକ, ଭୁବବନେଶ୍ୱର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ୱର, ମୟୁରଭଂଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ ।

ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍‌ଇନ୍ସପେକ୍ଟର, ୨୮ଟି ଏ.ଏସ୍‌.ଆଇ (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ । ଏମାନଙ୍କ ବ୍ୟତୀତ Finance ଓ Accounts Analyst, IT Expert, ଓ Cyber forensic expert ପରି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ବୋଲି ଜଣାଯାଇଛି । ରାଜ୍ୟ ସଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।

cyber securityEconomic crime police stationsEleven cyber and economic crime police stations will be set up in the stateରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା
Comments (0)
Add Comment