ନବୀନଙ୍କୁ ପରାମର୍ଶ ଦେଲେ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ କହିଛନ୍ତି ପ୍ରଧାନମନ୍ତ୍ରୀ।

Comments (0)
Add Comment