କୋରାପୁଟ :ବିଳମ୍ବିତ ରାତ୍ରୀରେ କୋରାପୁଟ ମେଡିକାଲରେ ଘଟିଛି ଅଭାବନୀୟ ଘଟଣା । ଏକାସାଙ୍ଗରେ ଉଠିଲା ୫ ମୃତଦେହ। କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ମଙ୍ଗଳବାର ସର୍ଜରୀ ୱାର୍ଡରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ କୋରାପୁଟ, ବୋରିଗୁମ୍ମା, କଳାହାଣ୍ଡି, ସେମିଳିଗୁଡା, ମାଛରା ଭଳି ବିଭିନ୍ନ ଅଞ୍ଚଳରୁ ଅନେକ ଗୁରୁତର ରୋଗୀ ହସ୍ପିଟାଲର ଆଇସିୟୁ ଏବଂ ସର୍ଜରୀ ବେଡ଼ରେ ଚିକିତ୍ସିତ ହେଉଥିଲେ। ହଠାତ୍ ରାତି ୧୧ ପରେ ଆଇସିୟୁର ଗୁରୁତର ଚିକିତ୍ସିତ ରୋଗୀଙ୍କ ଭିତରୁ ତିନି ଜଣଂକ ମୃତ୍ୟୁ ହୋଇଥିବା ବେଳେ ବେଡ଼ରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ତୁରନ୍ତ ରୋଗୀ ସମ୍ପର୍କୀୟଙ୍କ ଉତ୍ତେଜନା ଦେଖି ଟାଉନ୍ ଥାନା ପୋଲିସ ପକ୍ଷରୁ ପୋଲିସ ମୃତୟନ କରା ଯାଇଥିଲା। ଅନ୍ୟପଟେ ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ ଆଇସିୟୁରେ ଅପରେସନ ପରେ ରୋଗୀ ଠିକ୍ ଥିଲେ। ରାତ୍ରୀ କାଳୀନ ଦାୟିତ୍ଵରେ ଥିବା କର୍ମଚାରୀ କିଛି ଇଞ୍ଜେକ୍ସନ ଦୁଇ ଥର ଦେଇଥିଲେ। ଇଞ୍ଜେକ୍ସନ ଦେବାର ୧୫ ମିନିଟ ଭିତରେ ଆଇସିୟୁରେ ତିନି ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରୋଗୀ ସମ୍ପର୍କୀୟଙ୍କ ଅଭିଯୋଗ ଅନୁସାରେ ଭୁଲ ଇଞ୍ଜେକ୍ସନ ଦେଇ ଦେବାରୁ ଏପରି ହୋଇଛି। କିନ୍ତୁ ବେଡ଼ରେ ଥିବା ରୋଗୀଙ୍କ ମୃତ୍ୟୁ ନେଇ କିଛି ସ୍ପଷ୍ଟତା ମିଳି ପାରିନାହିଁ। ତେବେ ଅଳ୍ପ ସମୟ ଭିତରେ ରାତି ରାଉଣ୍ଡର ଶେଷ ଡୋଜରେ ଆଇସିୟୁରେ ତିନି ଏବଂ ବେଡ଼ରେ ଦୁଇ ରୋଗୀଙ୍କ ମୃତ୍ୟୁ ନେଇ ପରିବାର ଲୋକ ପ୍ରଶ୍ନ ଉଠାଉଥିବାରୁ ଶବ ଜବତ୍ କରିଛି ଟାଉନ୍ ପୋଲିସ। ଆଇସିୟୁ ତିନି ଶବ ସହ ଅନ୍ୟ ଶବକୁ ଶବ ବ୍ୟବଛେଦ କରିବାକୁ ତତ୍ପରତା ପ୍ରକାଶ ପାଇଛି। ଏତେବଡ଼ ଘଟଣା ଘଟିଥିଲେ ମଧ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ କୈାଣସି ସ୍ପଷ୍ଟୀକରଣ ଦେଇ ନାହାନ୍ତି। ବିଗତ ଦିନରେ ଏପରି କର୍ତ୍ତୃପକ୍ଷଙ୍କ ଅବହେଳାକୁ ନେଇ ଅନେକ ପ୍ରଶ୍ନ ଉଠି ଆସିଛି ।