ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କନଫରେନ୍ସିଂ ହଲ ଠାରେ ଜିଲ୍ଲା ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ପ୍ରମୁଖ ମଞ୍ଚାସିନ ଥିଲେ । ମୋଟ ୫୮ ଗୋଟି ଅଭିଯୋଗ ଆସିଥିଲା ବେଳେ ସାମୂହିକ ୪ ଗୋଟି ଓ ବ୍ୟକ୍ତିଗତ ୫୪ ଗୋଟି ଆସିଥିଲା । ସେଥିମଧ୍ୟରୁ ୭ଗୋଟିର ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଥିଲା । ଅନ୍ୟ ଅଭିଯୋଗ ଗୁଡିକୁ ତୁରନ୍ତ ପଦକ୍ଷେପ ନେବା ସକାଶେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରେଡ଼କ୍ରସ ପକ୍ଷରୁ ସହାୟତା ୬ ଜଣଙ୍କୁ୨୯୦୦୦ ଟଙ୍କା ପ୍ରଦାନ କରାଯାଇ ଥିବା ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ବ୍ଳକସ୍ତରୀୟ ଅଧିକାରୀ ଓ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments (0)
Add Comment