ଭୁବନେଶ୍ୱର : ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା । ଏନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କାଦେଖାଦେଇଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ ।
ତଳିଆ ଅଞ୍ଚଳରେ ପାଣି ଜମିବା ସହ ସହର ଅଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ଅଧିକ ରହିଛି । ସୂଚନା ଥାଉକି ଦେଶରେ ବିଭିନ୍ନ ସ୍ଥାନରେ ଜାରି ରହିଛି ଭୂସ୍ଖଳନ ଭଳି ସ୍ଥିତି । ବିଭିନ୍ନ ସ୍ଥାନରେ ଜନଜୀବନ ଠପ୍ ହୋଇଛି । ଏପରିକି ଜୀବନ ନେଇଛି ଭୂ-ସ୍ଖଳନ । ବିଶେକରି ଉତ୍ତରାଖଣ୍ଡରେ ଅନେକ ଧନଜୀବନ ନେଇଛି ଭୂସ୍ଖଳନ ।
ସୂଚନା ଥାଉକି, ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି, ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।