ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ଲାଗିଲା କଟକଣା

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ଲାଗିଲା କଟକଣା । ପାନଗୁଟଖାକୁ ବ୍ୟାନ୍‌ କଲା ଶ୍ରୀମନ୍ଦିର ପ୍ରଶାସନ । ବରାହ ପୁରାଣ ଆଧାରରେ କରାଯାଇଛି କଟକଣା । ଜାନୁଆରୀ ୧ରୁ ଡ୍ରେସକୋର୍ଡ ଭଳି ପାନଗୁଟଖାକୁ ସମ୍ପୂର୍ଣ୍ଣ ବ୍ୟାନ୍‌ କରାଯିବ । ଶ୍ରୀମନ୍ଦିର ଭିତରେ କେହି ପାନଗୁଟଖା ଖାଇବେ ନାହିଁ କି ଛାପ ପକାଇ ପାରିବେ ନାହିଁ । ଶ୍ରୀମନ୍ଦିର ଭିତରେ ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଥିବା ସୂଚନା । ମନ୍ଦିର ଭିତରେ ସେବାୟତ, ପୁଲିସ, ଭକ୍ତ ଆଦି କେହି ପାନଗୁଟଖା ଖାଇପାରିବେ ନାହିଁ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଧ୍ୟ ପାନଗୁଟଖା ବ୍ୟାନ୍‌ କଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିରରେ ପାନଗୁଟଖା ଉପରେ ପୂର୍ବରୁ ପାଞ୍ଚଶହ ଟଙ୍କା ଜୋରିମାନା କରାଯାଇଥିଲେ ମଧ୍ୟ ବ୍ୟବସ୍ଥା ଗତ ତୃଟି ଯୋଗୁଁ ସଠିକ ଭାବେ କାର୍ଯ୍ୟକାରୀ ହୋଇପାରିନଥିଲା । ତେବେ ଏହା କୌଣସି କଟକଣା ନୁହେଁ ମହାପ୍ରଭୁଙ୍କ ଆଦେଶ ବୋଲି ମାନିବା ଦରକାର । ବରାହ ପୁରାଣ ଓ ନିଳାଦ୍ରୀ ମହୋଦୟରେ ଏହା ଉପରେ ଉଲ୍ଲେଖ ରହିଛି । ତାମ୍ବୁଳ ସେବନ କଲେ ଏହା ସେବା ଅପରାଧ ବୋଲି ଉଲ୍ଲେଖ ରହିଛି । ସେହି ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଏହି କଟକଣାକୁ ଲାଗୁ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।

Comments (0)
Add Comment