୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ସାମିଲ୍ ହେବେ । 

ସୂଚନା ମୁତାବକ, ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ସେଠାରେ ହେବାକୁ ଥିବା ସେମିକନ କନଫେରେନ୍ସରେ ସାମିଲ୍ ହେବେ । ଏହାସହ ଅନ୍ୟ କିଛି କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି । ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି । 

Comments (0)
Add Comment