ଭୁବନେଶ୍ବର- ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି । ପରୀକ୍ଷାରେ ସ୍ୱଚ୍ଛତା, ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦିଆଯାଇଛି । ଆଜି ପରୀକ୍ଷାର ପ୍ରଥମ ଦିନରେ କିପରି ଭାବରେ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ଅନୁଧ୍ୟାନ ପାଇଁ ଭୁବନେଶ୍ୱର ୟୁନିଟ୍-୧ ସରକାରୀ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ ମାନ୍ୟବର ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ସମସ୍ତ ପ୍ରକାରର ବ୍ୟବସ୍ଥା ପରିଚାଳନାକୁ ଗୁରୁତ୍ବ ଦେଇଥିଲେ । ସମସ୍ତ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ ।