୧୫ରୁ ବଢିବ ବର୍ଷା

ଭୁବନେଶ୍ୱର:ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ବା ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ ।
ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ବର୍ଷା ପାଗ ସତ୍ତେ୍ୱ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୪ ବା ୧୫ ତାରିଖ ବେଳକୁ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେବ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ତେବେ ୧୫ ତାରିଖ ପରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ପରିମାଣ ବଢ଼ିବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ଗତ ୨୪ ଘଣ୍ଟାରେ ଜଗତ୍‌ସିଂହପୁର ଓ ପୁରୀରେ ସ୍ୱଳ୍ପ ବର୍ଷା ହୋଇଛି ।

Comments (0)
Add Comment