ଆଦିବାସୀ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଧରତୀ ଆବା ବିର୍ସା ମୁଣ୍ଡା ଜୟନ୍ତୀ କମିଟି ପକ୍ଷରୁ ଆସନ୍ତା ୧୫ ତାରିଖରେ ସେକ୍ଟର – ୨ ସ୍ଥିତ ଦୁର୍ଗା ପୂଜା ପଡ଼ିଆରେ ସହିଦ ବୀର ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଅନୁଷ୍ଠିତ ହେବ ବିଶାଳ ଆଦିବାସୀ ସମ୍ମିଳନୀ । ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିପାଇଁ ପଡ଼ିଆରେ ଚାଲିଛି ଜୋରଦାର ପ୍ରସ୍ତୁତି । ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଶହ ଶହ ଆଦିବାସୀ ଆସିବାର ସମ୍ଭାବନା ରହିଛି। ସକାଳ ୧୦ଟାରୁ ରାତି ୯ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିବ ।
ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଆଦିବାସୀ ସମ୍ମିଳନୀରେ ଯୋଗ ଦେବାକୁ ଆସୁଥିବାରୁ ଲୋକଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି। ତେଣୁ ଜିଲ୍ଲା ପ୍ରଶାସନ ଓ ପୁଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି।

Comments (0)
Add Comment