ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ। ସୋମବାର ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ଆକଳନ ଅନୁସାରେ ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଆଗାମୀ ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ସମସ୍ତ ଜିଲ୍ଲାପାଳ ଓ ବିଭିନ୍ନ ବିଭାଗକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ସତର୍କ କରାଇଛନ୍ତି।
ତେବେ ଓଡ଼ିଶା ସମେତ ଆସନ୍ତା ୮ ତାରିଖ ଯାଏ ଛତିଶଗଡ଼ରେ ବି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଛତିଶଗଡ଼ର ବିସ୍ତୃତ ଅଞ୍ଚଳରେ ମଧ୍ୟ ଆସନ୍ତାକାଲି ଠାରୁ ୮ ତାରିଖ ଯାଏ ଭୀଷଣ ବର୍ଷା ହୋଇପାରେ।
ଅନ୍ୟପଟେ ଉପରମୁଣ୍ଡରେ ଲଗାଣ ବର୍ଷା ହେଲେ ମହାନଦୀର ଜଳସ୍ତର ପୁଣି ବଢ଼ିବାର ସମ୍ଭାବନା ରହିଛି। ଏଥିପାଇଁ ସତର୍କତା ସହ ଆଗୁଆ ପ୍ରସ୍ତୁତି କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।