ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ,ଚାଳକ ମୃତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ୫୯ ନଂ ଜାତୀୟ ରାଜପଥ ବାଟାଗୁଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଘରେ ବାଡେଇ ହେଲା ମୋଟରସାଇକେଲ । ଦୁର୍ଘଟଣାରେ ମୋଟରସାଇକେଲ ଚାଳକ ଗୁରୁତର ଅବସ୍ଥାରେ ପଡିଥିବା ଦେଖି ଆଖପାଖ ଲୋକେ ଘଟଣା ସମ୍ପର୍କରେ ବାଲିଗୁଡ଼ା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ବାଲିଗୁଡ଼ା ପୋଲିସ୍ ଘଟଣାସ୍ଥଳରେ ପହଁଚି ମୋଟରସାଇକେଲ ଚାଳକକୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ମୋଟରସାଇକେଲ ଚାଳକଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ମୃତକ କ.ନୂଆଗାଁ ଥାନା ଗସାନାଜୁ ଗ୍ରାମର ମାଧବ ମଲ୍ଲିକ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାଗ୍ରସ୍ତ ମୋଟରସାଇକେଲ ଜବତ କରି ତଦନ୍ତ ଜାରି ରଖିଛି ପୋଲିସ୍ ।

Comments (0)
Add Comment