ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣୀ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ବ୍ଳକର ଅଡବା ଗ୍ରାମ ପଞ୍ଚାୟତ ଥରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟ ରାମ ଶତପଥୀ, ମୋହନା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲଗୁନ ମାଝୀ, ଡିଡବ୍ଲୁଓ ସନ୍ତୋଷ କୁମାର ରଥ ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଅଭିଯୋଗ ଶୁଣାଣୀରେ ମୋଟ ୨୧୭ ଗୋଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୩୨ ଗୋଟି ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଥିଲା ଓ ୧୮୫ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ ସକାଶେ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଜନ ପ୍ରତିନିଧି, ବ୍ଳକ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Comments (0)
Add Comment