ପାରଳାଖେମୁଣ୍ଡି- ହୋମଗାର୍ଡ ଚାକିରି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ । ଗୁରୁତର ଅସୁସ୍ଥ ହୋଇ ଜଣେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ଅସୁସ୍ଥ ହୋଇଛନ୍ତି । ଅସୁସ୍ଥ ଥିବା ପରୀକ୍ଷାର୍ଥୀ ମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ହେଉଛନ୍ତି ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ। । ହୋମଗାର୍ଡ ଚାକିରୀ ପାଇଁ ଆଜି ସକାଳୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିଲୋମିଟର ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଛି । ଦୈାଡିବା ସମୟରେ କିଛି ପରିକ୍ଷାର୍ଥୀ ହଠାତ୍ ତଳେ ପଡ଼ିଯିବା ପରେ ଗୁରୁତର ହୋଇ ପଡ଼ିବାରୁ ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ।