ମୁର୍ଶୁଣ୍ଢୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ସରଣ୍ଡା ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ବିଧାନସଭା ଗୃହ କମିଟି

ବୌଦ୍ଧ, ୨୩/୬- ଆଜି ବୌଦ୍ଧ ବ୍ଲକ ମୁର୍ଶୁଣ୍ଢ1 ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ସରଣ୍ଡା ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି ଓଡିଶା ବିଧାନ ସଭାର ଗୃହ କମିଟି l ବିଧାୟକ ଲକ୍ଷ୍ମଣ ବାଗଙ୍କ ଅଧ୍ୟକ୍ଷତାରେ ବିଧାୟକ ମାନଙ୍କୁ ନେଇ ଜିଲ୍ଲା ଗସ୍ତରେ ଆସିଥିବା ଗୃହ କମିଟି ମୁର୍ଶୁଣ୍ଢ1 ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପହଞ୍ଚିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା | ଅଧ୍ୟକ୍ଷ ଶ୍ରୀ ବାଗ ଓ ସମସ୍ତ ସଦସ୍ୟ ମାନେ ବିଦ୍ୟାଳୟ ପରିଦର୍ଶନ କରି ବିଭିନ୍ନ ବିଷୟରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ | ସେହିପରି ସରଣ୍ଡା ଅଙ୍ଗନ ବାଡି କେନ୍ଦ୍ର ମଧ୍ୟ ପରିଦର୍ଶନ କରିଥିଲେ | ପରିଦର୍ଶନ ସମୟରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ୍ ଦୁବେଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ l

Comments (0)
Add Comment