ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମ ପ୍ରଶିକ୍ଷଣ କେନ୍ଦ୍ରଠାରେ ଆନ୍ତର୍ଜାତୀୟ ତୃତୀୟ ଲିଙ୍ଗୀ ଦୃଶ୍ୟମାନତା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ସମ୍ମାନିତ ଅତିଥି ଭାବେ ଉପ ଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ମୁଖ୍ୟବକ୍ତା ଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବିରେନ୍ଦ୍ର କୁମାର ଦାସ, ଅନ୍ୟତମ ଅତିଥି ଭାବେ ଖାଉଟି ଯୋଗାଣ ଅଧିକାରୀ ପ୍ରଫୁଲ୍ଲ କୁମାର ବେହେରା, ଏସ୍‌ଡବ୍ଲୁଏସଏସର ପି ସୁନିତା ଓ ଗଜପତି କିନ୍ନର ସଙ୍ଘର ସମ୍ପାଦକ ଯସ୍ମୀନ ସିଂ ପ୍ରମୁଖ ମଞ୍ଚାସିନ ଥିଲେ । ଏହି କାର୍ଯ୍ୟକ୍ରମକୁ ସଂଗ୍ରାମ ଶେଖର ପଣ୍ଡା ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିବା ବେଳେ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଯେଉଁ କିନ୍ନରମାନେ ମୃତ୍ୟୁ ବରଣ କରିଛନ୍ତି ସେମାନଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ହେଉଛି କିନ୍ନର ମାନଙ୍କୁ ଶିକ୍ଷା, ନିଯୁକ୍ତି, ସ୍ୱାସ୍ଥ୍ୟ, ବାଣିଜ୍ୟ ଓ ସମ୍ପତ୍ତି କ୍ଷେତ୍ରରେ ସମାନ ଅଧିକାର ଦେବା । ଶେଷରେ ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ଧନ୍ୟବାଦ ପ୍ରଦାନ କରିଥିଲେ ।

Comments (0)
Add Comment