ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି : ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍‌ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ, ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଏସ.ଆନନ୍ଦ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବାମଦେବ ସିଂ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌରପରିଷଦ ସମେତ ରାଣୀପେଣ୍ଠ, ବାଘାସଲା, ସିଧାମାଡଙ୍ଗ, କେରାଣ୍ଡି ଓ କତଲକଇଠା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୮୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୭୫ ଗୋଟି, ଗ୍ରାମ ଭିତ୍ତିକ ସମସ୍ୟା- ୧୦ , ୧୯ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍‌ କାର୍ଡ, ମନରେଗା, ଶିକ୍ଷା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

Comments (0)
Add Comment