ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ବର: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ୧୯ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ ପରୀକ୍ଷା । ୧୯ ତାରିଖ ସକାଳ ୯ଟାରୁ ସାଢେ ୧୧ଟା ପର୍ଯ୍ୟନ୍ତ ଚାଲିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ମିନିଟ ସମୟ ଦିଆଯିବ ବୋଲି କୁହାଯାଇଛି ।

ତେବେ କେଉଁ ଦିନ କେଉଁ ପରୀକ୍ଷା ରହିଛି ତାହାର ପୁରା କାର୍ଯ୍ୟ ସୂଚୀ ବୋର୍ଡ ପକ୍ଷରୁ ଦିଆଯାଇଛି । ଫେବୃଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏହାପରେ ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ ଏବଂ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା ରହିଥିବା ବେଳେ ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Comments (0)
Add Comment