ଆଜି ଅପରାହ୍ନ ୫ଟାରୁ ରାତ୍ର ୯ଟା ଯାଏଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇ ଥାଏ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବାକୁଥିବାରୁ ଆଜି ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

Comments (0)
Add Comment