ଉପ ବାଚସ୍ପତିଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଗୃହ ନିର୍ମାଣ କାର୍ଯ୍ୟାଦେଶ ବଣ୍ଟନ

ଘୁ. ଉଦୟଗିରି: ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ କଲ୍ୟାଣ ମଣ୍ଡପଠାରେ ପରିଷଦ ତରଫରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମତୀ ଇତିଶ୍ରୀ ଷଢ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପିଏମଏୱାଇ ଗୃହ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ପ୍ରଦାନ ଓ ଜାଗା ମିଶନ ଜରିଆରେ ଭୂମିହୀନଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ବା ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଓଡିଶା ବିଧାନସଭାର ମାନ୍ୟବର ଉପ ବାଚସ୍ପତି ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସ୍ଥାନୀୟ ତହସିଲଦାର ରଞ୍ଜନ କୁମାର ସାହୁ, ପରିଷଦର ନବନିର୍ବାଚିତ ଅଧ୍ୟକ୍ଷା ସୁଶ୍ରୀ ଦେବସ୍ମିତା ଶତପଥୀ,ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସୁଷମା ପ୍ରଧାନ, ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘ ମଞ୍ଚାସୀନ ହୋଇଥିଲେ । ପରିଷଦର ମୁକ୍ତା ଯୋଜନା ସଂଯୋଜକ ପ୍ରଭାତ ରଞ୍ଜନ ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ମାନ୍ୟବର ବିଧାୟକ ତଥା ଉପ-ବାଚସ୍ପତି ସାଲୁଗା ପ୍ରଧାନ ତଥା ଉପସ୍ଥିତ ଅତିଥି ମାନେ ପରିଷଦ ଅନ୍ତର୍ଗତ ବିଭିନ୍ନ ୱାର୍ଡ଼ ର ୨୫ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ନୂତନ ଗୃହ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ବଣ୍ଟନ କରିବା ସହ ଜାଗା ମିଶନ ଜରିଆରେ ୧୧ ଜଣ ଭୂମିହୀନଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ବା ଜମି ପଟ୍ଟା ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ଅଞ୍ଚଳର ଶତାଧିକ ମହିଳା ପୁରୁଷ ଯୋଗ ଦେଇଥିବା ଦେଖିବାକୁ ମିଳିଛି ।

Comments (0)
Add Comment