ଏହି ସବୁ ବୁଥରେ ୨୩ରେ ରି-ପୋଲିଂ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ଓ ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନବେଳେ ଯେଉଁ ଯେଉଁ ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରିଦିଆଯାଇଥିଲା ସେସବୁ ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଆସନ୍ତା ୨୩ ତାରିଖରେ ପୁନଃ ଭୋଟ ଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନ ନିଷ୍ପତି ନେଇଛନ୍ତି । ସେସବୁ ଭୋଟ ଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ ଘଟିକାଠାରୁ ଅପରହ୍ନ ୩ ଘଟିକା ପର୍ଯ୍ୟନ୍ତ ମତଦାନ ଗ୍ରହଣ କରାଯିବ ।

ବିଭିନ୍ନ କାରଣ ଯୋଗୁଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବେଳେ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା, ଭଦ୍ରକ ବ୍ଲକ୍ ର ୪ଟି, ବନ୍ତ ବ୍ଲକ୍ ର ଗୋଟିଏ, ଢେଙ୍କାନାଳ ଜିଲ୍ଲ ଗନ୍ଦିଆ ବ୍ଲକ୍ ର ୪ଟି, ଯାଜପୁର ଜିଲ୍ଲା ଯାଜପୁର ବ୍ଲକ୍ ର ୯ଟି, ଧର୍ମଶାଳା ବ୍ଲକ୍ ର ୨ଟି, ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ୍ ର ଗୋଟିଏ, କୃଷ୍ଣପ୍ରସାଦ ବ୍ଲକର ଗୋଟିଏ, କଣାସ ବ୍ଲକ୍ ର ୩ଟି ମତଦାନ କେନ୍ଦ୍ରରେ ପୁନଃମତଗ୍ରହଣ କରାଯିବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ କାରଣରୁ ନିର୍ବାଚନ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍ ର ଗୋଟିଏ, ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଲକର ଗୋଟିଏ, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ୍ ର ଗୋଟିଏ, ଜଗତସିଂହପୁର ଜିଲ୍ଲା ଜଗତସିଂହପୁର ବ୍ଲକ୍ ର ୩ଟି, ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍ ର ୧୦ଟି, କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ୍ ର ଗୋଟିଏ ଓ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକର ଗୋଟିଏ, ଶୁଳିଆପଦା ବ୍ଲକର ଦୁଇଟି ସ୍ଥାନରେ ପୁନଃ ଭୋଟଗ୍ରହଣ କରାଯିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

Comments (0)
Add Comment