ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ

ପୁରୀ : ଆରମ୍ଭ ହେଲା ରଥ ଖୋଲା କାର୍ଯ୍ୟ । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଖୋଲାଯାଉଛି ରଥ । ବିଶ୍ୱକର୍ମା ମହାରଣାଙ୍କ ତତ୍ତ୍ୱାବଧାନରେ ଭୋଇ ସେବକମାନେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଖୋଲିବା କାର୍ଯ୍ୟ ଆରମ୍ଭ କରିଛନ୍ତି । ଏହାପରେ ତାଳଧ୍ୱଜ ଓ ପରେ ନନ୍ଦିଘୋଷ ରଥର ଖୋଲିବା କାର୍ଯ୍ୟ କରାଯିବ ।
ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ ସରିବା ପରେ ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର ଠାରେ ବ୍ୟାରିକେଡ଼ ମଧ୍ୟରେ ରଖାଯାଇଥିବା ତିନି ରଥ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗାଯାଉଛି । ଏହାପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଭଙ୍ଗାଯିବ । ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ କ୍ରମେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ୧୦ ଜଣ ଭୋଇ ସେବକ ରଥ ଭାଙ୍ଗିବା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ତିନି ରଥ ସମ୍ପୂର୍ଣ୍ଣ ଭାଙ୍ଗିବା ପାଇଁ ୭ରୁ ୮ ଦିନ ସମୟ ଲାଗିଥାଏ । ରଥ ସମ୍ପୂର୍ଣ୍ଣ ଭଙ୍ଗାଯିବା ପରେ ସମସ୍ତ କାଠ ଗୁଡ଼ିକ ଶ୍ରୀମନ୍ଦିର ପ୍ରଶାସନର ଜିମା ଦିଆଯିବ । ଏହି କାଠ ଶ୍ରୀମନ୍ଦିର ରୋଷଶାଳାରେ ମହାପ୍ରଭୁଙ୍କ କୋଠଭୋଗ ପ୍ରସ୍ତୁତିରେ ବ୍ୟବହାର କରାଯିବ ବୋଲି କହିଛନ୍ତି ଭୋଇ ସର୍ଦ୍ଦାର ।

Comments (0)
Add Comment