ସମୁଦ୍ରରେ ସ୍ନାନ ବେଳେ ଅଘଟଣ, ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ:ପୁରୀ ବେଳାଭୂମିରେ ଆଜି ଏକ ଅଘଟଣ ଘଟିଯାଇଛି । ସମୁଦ୍ର ସ୍ନାନ ବେଳେ ଆଜି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ପର୍ଯ୍ୟଟକ ହେଉଛନ୍ତି ପଶ୍ଚିମବଙ୍ଗ ନର୍ଥ ଟ୍ୱେଣ୍ଟି ପ୍ରଗଣାର ଲୁପିନ୍‌ ବିଶ୍ୱାସ । ଆଜି ମଧ୍ୟାହ୍ନ ସମୟରେ ଲୁପିନ୍‌ ସେକ୍ଟର ୧୨ ହୋଟେଲ ବଙ୍ଗଲକ୍ଷ୍ମୀ ସମ୍ମୁଖ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଗଭୀର ସମୁଦ୍ର ଭିତରକୁ ଭାସି ଯାଇଥିଲେ । ସେଠାରେ ଉପସ୍ଥିତ ଥିବା ଲାଇଫ ଗାର୍ଡ ଓ ଅଗ୍ନିଶମ ବାହିନୀ ସମୁଦ୍ର ଭିତରକୁ ଯାଇ ଲୁପିନକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିବା ସହ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ । ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଲୁପିନ୍‌ ଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି । ସମୁଦ୍ର କୂଳ ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡିଛି ।

Comments (0)
Add Comment