ଗଞ୍ଜାମ ବନ୍ୟା; ପୂର୍ବ ସରକାରଙ୍କୁ ଟାର୍ଗେଟ୍ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ଵର: ବନ୍ୟା ସ୍ଥିତି ପରିଚାଳନା ନେଇ ପ୍ରଶ୍ନ ଉଠିବା ପରେ ପୂର୍ବ ସରକାରଙ୍କୁ ଟାର୍ଗେଟ୍ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଗଞ୍ଜାମ ବନ୍ୟା ପାଇଁ ୨୪ ବର୍ଷର ବିଫଳତାକୁ ଦାୟୀ କଲେ ରାଜସ୍ବ ମନ୍ତ୍ରୀ । ସେ କହିଛନ୍ତି ଯେ,  IMD ପକ୍ଷରୁ ଆକଳନ ଅନୁସାରେ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା । ତେବେ ଆକଳନ ଠାରୁ ଅଧିକ ବର୍ଷା ହେବାରୁ ସ୍ଥିତି ବିଗିଡ଼ିଲା । ଗଞ୍ଜାମ ଇତିହାସରେ ଏମିତି ବର୍ଷା କେବେ ହୋଇନଥିଲା ।  ୨୮, ୨୯ ଓ ୩୦ରେ ପ୍ରବଳ ବର୍ଷା ହେବାରୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା । ଗଞ୍ଜାମରେ ୩ ଦିନରେ ୩୩୭.୬ ମିଲିମିଟର ବର୍ଷା ହୋଇଥିଲା । ଏହି ସମୟରେ ପାତ୍ରପୁରରେ ୮୦୮.୪ ମିମି ବର୍ଷା ରେକର୍ଡ ହୋଇଛି । ଗୋଟିଏ ଦିନରେ ପାତ୍ରପୁରରେ ୫୪୬ ମିଲିମିଟର ବର୍ଷା ରେକର୍ଡ ହୋଇଥିଲା । ବନ୍ୟା ସ୍ଥିତିର ମୁକାବିଲା ପାଇଁ ୮ ମନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଥିଲା । ଆଗାମୀ ଦିନରେ ବନ୍ୟା ସ୍ଥିତିର ମୁକାବିଲା ପାଇଁ ବିଭିନ୍ନ IIT ସହ ଆଲୋଚନା ହୋଇଥିଲା ।

Comments (0)
Add Comment