ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ବୌଦ୍ଧ,୨୩/୬:- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ହରଭଙ୍ଗା ବିଡ଼ିଓ ଶରତ ସେଠୀ ଯୋଗଦେଇ ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ କରିଥିଲେ । ସମସ୍ତ ବିଭାଗୀୟ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ । ଏଥିରେ ମୋଟ ୧୧୦ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ବ୍ୟକ୍ତିଗତ ଅଭିଯୋଗ ୯୬ ଟି ଥିବାବେଳେ ଗୋଷ୍ଠୀଗତ ଅଭିଯୋଗ ୧୪ଟି ରହିଥିଲା । ୪୫ ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ରେଡକ୍ରସରୁ ଜଣକୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିବାବେଳେ ଆଉ ଜଣକୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା । ଏହି ଅବସରରେ ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀ ତଳଗାଁ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନ୍ତର୍ଗତ ବୃକ୍ଷରୋପଣ କରିଥିଲେ ।

Comments (0)
Add Comment