ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାରା ରାଜ୍ୟରେ ବନ୍ୟାସ୍ଥିତି ଗମ୍ଭୀର ହେବାରେ ଲାଗିଛି । ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଛି ଜଳବନ୍ଦୀ ପରିସ୍ଥିତି । ଅନେକ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବିଶେଷକରି ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲା ବେଶ ପ୍ରଭାବିତ ହୋଇଛି ।

ଲୋକେ ବାସହରା ହୋଇ ରାସ୍ତା କଡରେ ଆଶ୍ରୟ ନେଉଛନ୍ତି । ବିଭିନ୍ନ ଅଞ୍ଚଳରେ ବୁଲି ସ୍ଥିତି ସମୀକ୍ଷା କରୁଛନ୍ତି ମନ୍ତ୍ରୀ । ଲୋକଙ୍କୁ ସମସ୍ୟା ବୁଝିବା ସହ ନଜରର ରଖିଛନ୍ତି ଅନେକ ସ୍ଥିତି । ଏପରି ସ୍ଥିତିରେ ରାଜ୍ୟର ବନ୍ୟାସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଅପରାହ୍ନ ସାଢେ ତିନିଟାରେ ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି.କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ । ତେବେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆକାଶମାର୍ଗରୁ କରିବେ ସମୀକ୍ଷା ।

Comments (0)
Add Comment