ବୌଦ୍ଧ ଜିଲ୍ଲା କର୍ମଜୀବୀ ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବ

ବୌଦ୍ଧ: ସମାଜସେବା ସହିତ ସମାଜର ବିଭିନ୍ନ ଘଟଣାକୁ ଲୋକଲୋଚନକୁ ଆଣୁଥିବା ସାମ୍ବାଦିକତା ବୃତ୍ତି ସର୍ବାଧିକ ପ୍ରଶଂସନୀୟ । ଆଜି ବୌଦ୍ଧ ଟାଉନ ହଲ ଠାରେ ଜିଲ୍ଲା କର୍ମଜୀବୀ ସାମ୍ବାଦିକ ସଂଘର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ସଭାପତି ମନୋରଞ୍ଜନ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବାଦ ଓ ସାମ୍ବାଦିକତା ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ରୂପେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ରୂପେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଜିଲ୍ଲା ବିଜେପି ସଭାପତି ବିପ୍ରଚରଣ ମହାନ୍ତି, ନଗରପାଳ ମୃତ୍ୟୁଞ୍ଜୟ ମିଶ୍ର, ସାହିତ୍ୟିକ ସଞ୍ଜୟ ପଣ୍ଡା, ରାଜ୍ୟ ଉପସଭାପତି ପରମାନନ୍ଦ ମିଶ୍ର ତଥା ଅନ୍ୟାନ୍ୟ ଅତିଥି ମାନେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ସାମ୍ବାଦିକଙ୍କ ନିଷ୍ଠାପର କର୍ତ୍ତବ୍ୟକୁ ନେଇ ବେଶ ପ୍ରଶଂସା କରିଥିଲେ । ଏହି ଅବସରରେ ନୀଳଚକ୍ର ସାହିତ୍ୟ ସଂସଦ ପକ୍ଷରୁ ଏକ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Comments (0)
Add Comment