ନୂଆଗାଁ : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ସଭାଗୃହରେ ଆଜି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାର ମଧୁବାବୁ ପେନସନ ଯୋଜନା ଅନ୍ତର୍ଭୁକ୍ତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା, ନୂଆଗାଁ ବ୍ଲକ ବିଡିଓ ସଚିଦାନ୍ଦ ମିଶ୍ର,ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟ ବେହେରା ,୧୭ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଲବେହେରା ଉପସ୍ଥିତ ରହିଥିଲେ । ପରାଢିପି, ମାଈଛେଳି,ନୂଆଗାଁ, କୋରଡା, ସୋରଡା , ସିକ୍ରୀଡା, ଉଦୟପୁର ପଂଚାୟତରୁ ଆସିଥିବା ୮୦୨ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରଯାଇଥିଲା । ସେହିପରି ଗୁମୀ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାର ମଧୁବାବୁ ପେନସନ ଯୋଜନା ଆନୁକୁଲ୍ୟରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ କାପ୍ତାପଲ୍ଲୀ ,ଗୁମୀ ,ଜକେଡା ପଂଚାୟତର ଯୋଗ୍ୟ ୧୭୭ ଜଣ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରଯାଇଥିଲା । କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ, ଦଶପଲ୍ଲା ସ୍ଥାନୀୟ ୩ ଟି ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ସଭ୍ୟା ଉପସ୍ଥିତ ରହିଥିଲେ । ସମୁଦାୟ ୯୮୦ ଜଣ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରଯାଇଥିଲା । ଏହି ସୂଚନା ନୂଆଗାଁ ବ୍ଲକ ସମାଜିକ ସୁରକ୍ଷା ଅଧିକାରିଣୀ ସ୍ୱର୍ଣ୍ଣ ସାରିକା ଓ ରଘୁନାଥ ସାହୁ ସହଯୋଗରେ ହୋଇଥିଲା ।