ପୁରୀରେ ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା

ପୁରୀ: ପୁରୀରେ ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ପକ୍ଷରୁ ପ୍ରାରମ୍ଭିକ ସମୀକ୍ଷା ଶେଷ ହୋଇଛି । ଚଳିତ ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ୪ ଅତିରିକ୍ତ ଡିଜି ପାହ୍ୟା ଅଧିକାରୀ,୬ ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ , କମାଣ୍ଡାଣ୍ଟ ବା ଏସପି ପାହ୍ୟାର ୧୯ ଜଣ ,ଅତିରିକ୍ତ ଏସପି ବା ଡେପୁଟି କମଣ୍ଡାଣ୍ଟ ପାହ୍ୟାର ୩୩ଜଣ,ଆସିଷ୍ଟାଣ୍ଟ କମାଣ୍ଡର ବା ଡି ଏସ ପି ପାହ୍ୟାର ୭୫ ଜଣ , ଇନ୍ସପେକ୍ଟର ୧୩୦ ଜଣ , ୬୭୫ ଜଣ ଏ ଏସ ଆଇ ଓ ଏସ ଆଇ ପାହ୍ୟାର ଅଧିକାରୀ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିବେ । ୩ ପ୍ଲାଟୁନ ଓ ଏସ ଏ ଏଫ୍‌ ଙ୍କୁ ମୁତୟନ କରାଯିବା ସହିତ କେନ୍ଦ୍ର ସରକାରଙ୍କୁ ୫ କମ୍ପାନୀ ରାପିଡ ଆକ୍ସନ ଫୋର୍ସ ପାଇଁ ଆବେଦନ କରାଯାଇଛି । ସେପଟେ ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ । ସୋସିଆଲ ମିଡ଼ିଆ ହ୍ୟାଣ୍ଡଲ ରେ ଲୋକଙ୍କୁ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ ସୂଚନା ଦିଆଯିବ ।ମହାମହିମ ରାଷ୍ଟ୍ରପତି ଓ ବିଶିଷ୍ଟ ଅତିଥି ମାନଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ବ୍ଲାଙ୍କେଟ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର ।

Comments (0)
Add Comment