ପାଞ୍ଚ ଦିନିଆ UAE ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ  UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି ଲକ୍ଷ୍ୟରେ ଏହି ଗସ୍ତ ଗୁରୁତ୍ୱ ବହନ କରୁଛି।

ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇର ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହ ଆଲୋଚନା କରିବେ। ଓଡ଼ିଶାରେ ନିବେଶର ସୁଯୋଗ, ଶିଳ୍ପ ଭିତ୍ତିଭୂମି ଓ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସୁବିଧା ସମ୍ପର୍କରେ ନିବେଶକମାନଙ୍କୁ ଅବଗତ କରାଯିବ। ଏହା ମାଧ୍ୟମରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ରୟାସ କରାଯିବ।

ଏହାସହ UAEରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ଓଡ଼ିଶାର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଓ ଭବିଷ୍ୟତ ଯୋଜନା ସମ୍ପର୍କରେ ସେ ପ୍ରବାସୀ ଓଡ଼ିଆଙ୍କୁ ଅବଗତ କରିବେ।

ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତର ଅନ୍ୟତମ ଲକ୍ଷ୍ୟ ହେଉଛି ଓଡ଼ିଶା ଓ UAE ମଧ୍ୟରେ ବାଣିଜ୍ୟିକ ଏବଂ ସାଂସ୍କୃତିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା। ନିବେଶ ଓ ଶିଳ୍ପ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ସହ ଦୁଇ ଅଞ୍ଚଳ ମଧ୍ୟରେ ସାଂସ୍କୃତିକ ଯୋଗାଯୋଗକୁ ମଧ୍ୟ ଆହୁରି ମଜଭୁତ କରିବା ଉପରେ ଗୁରୁତ୍ୱ ଦିଆଯିବ।

Comments (0)
Add Comment