ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ବର୍ତ୍ତମାନ ସୁଦ୍ଧା ତିନି ରଥ ତୃତୀୟ ଭୂଇଁ ଫ୍ରେମ ଉଠି ମଝି ଭୂଇଁ ଉପରେ ସଂଯୋଗ ସହ ତୃତୀୟ ଭୂଇଁ ଉପରେ ଚାରି ଗୋଟି ପୋଟଳ ଖମ୍ବି ଏବଂ ଦୁଇଗୋଟି ପୋଟଳ ଶେଣୀ ସଂଯୋଗ ହୋଇଛି । ତିନି ରଥରେ ମୂଳ କଇଞ୍ଚି ପଡ଼ି ତିନି ରଥକୁ ବଡଧରା ପୋଟଳ ଉଠିଲା । ତିନିରଥ ମହାରଣା ସେବକ ଏବଂ ଭୋଇ ସେବକ ମାନଙ୍କ ସହୋଯୋଗରେ ବଡଧରା ପୋଟଳ ତିନି ରଥର ତୃତୀୟ ଭୂଇଁ ଉପରେ ସେଟିଙ୍ଗ କରାଯାଇଛି । ଏଥିସହ ତିନିର ପଛ ଆଣି ଢ଼ମକଚାରି ନାହାକାକୁ ଲାଗି ପଡ଼ି କଣ୍ଟା ବାଡିଆ ଶେଷ ହୋଇଛି । ବର୍ତ୍ତମାନ ଚାରି ନାହାକା ଉଭୟ ପଟରେ ମୂଳ କଇଞ୍ଚି ବାଡିଆ ଶେଷ ହୋଇ ତିନି ରଥର ଚରି ପାର୍ଶ୍ୱରେ ତାଗ ବାଡ଼ିଆ ବା ବଟନ ଆଡ଼ିଆ ଆରମ୍ଭ ହୋଇଛି । ତାଗ ବାଡିଆ ପରେ ରଥର ଚହରି ପାର୍ଶ୍ୱରେ ପଟା ବାଡ଼ିଆ କାର୍ଯ୍ୟ ଅସମ୍ଭ ହୋଇଛି । ତିନି ରଥର କନକମୁଣ୍ଡି, ନିର୍ମାଣ ସହ ତାର ଚାରି ପାର୍ଶ୍ୱରେ କାପ ବିନ୍ଧ ଶେଷ ହେବା ସହ ତିନି ରଥର କଳସ ପିଣ୍ଡି ନିର୍ମାଣ ଜାରି ରହିଛି । ତିନି ରଥର ବଡଧରା ପୋଟଳ ରଥରେ ସେଟିଂ ପରେ ବାକି ପୋଟଳ ଗୁଡ଼ିକର ନିର୍ମାଣ କାର୍ଯ୍ୟ ଜାରୀ ରହିଛି । ତିନି ରଥର ଚାରିଗୋଟି ଲେଖାଏଁ ଧ୍ୱଜ ବତା ନିର୍ମାଣ ଶେଷ । ଏଥିସହ ତିନ ରଥ ଦ୍ୱାର ଗୁଡିକରେ ନାଟ ଗୋଡ ସେଟିଂ ପାଇଁ ଆଠଟି ଲେଖାଏଁ ଗାରେଡ଼ି ନିର୍ମାଣ ଶେଷ ହୋଇଛି । ରୂପକାର ସେବକ ମାନେ ତିନିରଥର ଚାରପରିଛାରେ ଚିତ୍ର ଖୋଦେଇ ଶେଷ କରିବା ସହ ନାଟ ଗୋଡ଼ ଗୁଡିକରେ ରୁପ ଖୋଦେଇ ଜାରୀ ରଖିଛନ୍ତି । ଅନ୍ୟପଟେ ତିନି ରଥର ଚିତ୍ରକାର ସେବକ ମାନେ ତିନି ରଥର ବାହ୍ୟ ଅଂଶରେ ଧଳା ପାଇମର ଦେବା ସହ ରଥ ପାର୍ଶ୍ୱ ଦେବ ଦେବୀ, ନର୍ତ୍ତକୀ, ଶିଖର ଡମ୍ବରୁ ଏବଂ ଠେ କେରା ବାଡ଼ରେ ରଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି । ଦୋଳ ବେଦୀ ଅସ୍ଥାୟୀ କମାର ଶାଳରେ ଓଝା ସେବକ ମାନେ ତିନି ରଥ କଇଞ୍ଚି କଣ୍ଟା ନିର୍ମାଣ ସହ ପୋଟଳ ପାଇଁ ଗୋଡ଼ି ଛାଲ କଣ୍ଟା ନିର୍ମାଣ ଜାରୀ ରଖିଛନ୍ତି ।

Comments (0)
Add Comment