କଟକ: ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍ରେ ଆଜି ସକାଳୁ ପଶିଛି ସିବିଆଇ ଟିମ୍ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି।
କଟକ ଓଡ଼ିଆ ବଜାରସ୍ଥିତ ମହିମା ମିଶ୍ରଙ୍କ ଘର ଓ ଲିଙ୍କ ରୋଡସ୍ଥିତ OSL ଅଫିସରେ ୨ଟି ଟିମ୍ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଓଡ଼ିଆ ବଜାରସ୍ଥିତ ଘରେ ମହିମା ମିଶ୍ର ଓ ତାଙ୍କ ୨ ପୁଅ ଥିବା ଜଣାଯାଇଛି। ସେହିପରି ପାରାଦୀପର ବଡ଼ପଡ଼ିଆସ୍ଥିତ OSL ଅଫିସ୍ ସମେତ ୪ଟି ସ୍ଥାନରେ ଚଢାଉ ଚାଲିଛି ।