ପୁରୀର ୪ଟି କେନ୍ଦ୍ରରେ ହବିଷ୍ୟାଳୀ ମାଆମାନଙ୍କ ରହଣି ବ୍ୟବସ୍ଥା

ପୁରୀ : ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୧୮ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ । ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରିଥିବ ହବିଷ୍ୟାଳୀ ମାମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ରେ ରଖାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ସୂଚନା ଦେଇଛନ୍ତି । ଆଜି ଟାଉନ ହଲ ଠାରେ ହବିଷ ବ୍ରତ ବା ରାଈଦାମୋଦର ବ୍ରତ କାର୍ଯ୍ୟ ରେ ନିୟୋଜିତ ଅଧିକାରୀ, କର୍ମଚାରୀ ଓ ସ୍ୱଛାସେବୀ ମାନଙ୍କୁ ନେଇ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନାୟକ ହବିଷ୍ୟାଳୀ ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଆହ୍ୱାନ ଦେଇଥିଲେ । ହବିଷ୍ୟାଳୀ କାର୍ଯ୍ୟରେ ଯେପରି କୌଣସି ଅବହେଳା ନ ହୁଏ ଓ ମା ମାନେ ଏକମାସ ଭଲ ଭାବରେ ହବିଷ ସାରି ନିଜ ଘରକୁ ଫେରିବେ ସେଥିପାଇଁ ସମସ୍ତେ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ସେ ଅନୁରୋଧ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ନିଳମାଧବ ଭୋଇ, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପଜିଲ୍ଲାପାଳ ଗୋପୀନାଥ କୁଅଁର ଯୋଗ ଦେଇ ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀ ମା ମାନଙ୍କ ର ଏକମାସର ବ୍ରତକୁ ନିଷ୍ଠାର ସହ ପାଳନ ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବା ଆମ ସମସ୍ତଙ୍କର କର୍ତ୍ତବ୍ୟ ଓ ଦାୟିତ୍ୱ । ତେଣୁ ବିଗତ ବର୍ଷର ଅଭିଜ୍ଞତା ଓ ଅନୁଭବ ଆଧାରରେ ଏହାକୁ ଚଳିତ ବର୍ଷ ଶୃଙ୍ଖଳିତ ଓ ସୁନ୍ଦର ଭାବେ ପରିଚାଳନା କରିବାକୁ ଅନୁରୋଧ କରିଥିଲେ । ଚଳିତ ବର୍ଷ ବୃନ୍ଦାବତୀ ନିବାସ , ଅକ୍ଷୟ ପାତ୍ର ,ବଗଲା ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପ ଠାରେ ହବିଷ୍ୟାଳୀ ମା ମାନଙ୍କର ରହଣୀର ବ୍ୟବସ୍ଥା ହୋଇଛି । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଜିଲ୍ଲା ପ୍ରଶାସନ ସମସ୍ତ ସୁବିଧା ମାମାନଙ୍କୁ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି । ଏହାକୁ ସମ୍ମିଳିତ ଭାବେ ସଫଳ କରିବାକୁ ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା ଅନୁରୋଧ କହିଥିଲେ । ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ,ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ,ପାନୀୟ ଜଳ, ନରେନ୍ଦ୍ର ରେ ସ୍ନାନ ବ୍ୟବସ୍ଥା, ସ୍ୱଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରାଯାଇଛି । ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏହାକୁ ସୁନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି । ମା ମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱେଚ୍ଛାସେବୀ ମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ । ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବାର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱେଚ୍ଛାସେବୀ ମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯାଉଛି । ତେଣୁ ଏହି କାର୍ଯ୍ୟକୁ ପାରସ୍ପରିକ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଅଧିକାରୀ ମାନେ ପରାମର୍ଶ ଦେଇଛନ୍ତି । ଏହି ବୈଠକରେ ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ସହଦେବ ସାହୁ, ବିବେକାନନ୍ଦ ସାହୁ,ଏଡିଏମଓ ଡା ବିନୋଦ ବିହାରୀ ରଥ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ,ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ , କର୍ମଚାରୀ, ରେଡ଼କ୍ରସ,ସେଣ୍ଟଜନ ଆମ୍ବୁଲାନ୍ସ,ମିଶନ ଓଡିଶା, ମହିଳା ସ୍ୱୟଂ ସହାୟକ ସଦସ୍ୟା ,ବିବେକାନନ୍ଦ ଯୁବ ଶକ୍ତି ଅନୁଷ୍ଠାନ, ହାପିନେସ ଫାଉଣ୍ଡେସନ ର କର୍ମକର୍ତ୍ତା ଓ ସଦସ୍ୟ ମାନେ,ଆଶା ଓ ଅଙ୍ଗନବାଡି କର୍ମୀ ପ୍ରମୁଖ ଯୋଗ ଦେଇ ଆଲୋଚନା ରେ ଅଶଂଗ୍ରହଣ କରିଥିଲେ ।

Comments (0)
Add Comment