ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନବ ନିର୍ମାଣ କୃଷକ ସଂଗଠନର ପ୍ରାୟଶ୍ଚିତ ସତ୍ୟାଗ୍ରହ ଅନୁଷ୍ଠିତ ହୋଇଯାଇଛି । ନବ ନିର୍ମାଣ କୃଷକ ସଙ୍ଗଠନର ଗଜପତି ଜିଲ୍ଲା ପ୍ରଭାରୀ ରଣଜିତ ପଟ୍ଟନାୟକଙ୍କ ନେତୃତ୍ୱରେ ବହୁ କୃଷକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ । ରାଜ୍ୟ ସରକାରଙ୍କ ବିରୋଧରେ ସମାଲୋଚନା କରିବା ସହ ରାଜ୍ୟରେ କୃଷକ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ବିଷୟରେ କହିଥିଲେ । ପରିଶେଷରେ ଓଡ଼ିଶାର ମହା ମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଡେପୁଟି କଲେକ୍ଟର ନର୍ମଦା ନାୟକଙ୍କୁ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ବହୁ କୃଷକ ଉପସ୍ଥିତ ଥିଲେ ।