ନୂଆଗାଁ ବ୍ଲକ ପରିସରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର,୯୮ଟି ମାମଲା ତୁରନ୍ତ ସମାଧାନ

ନୂଆଗାଁ : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ୍‌ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍‌ ସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ , ଅତିରିକ୍ତ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା , ନୂଆଗାଁ ବିଡ଼ିଓବାସୁଦେବ ନାୟକ, ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ, ବ୍ଲକ୍‌ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରାଙ୍କ ସହିତ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଉକ୍ତ ଅଭିଯୋଗ ପ୍ରକୋଷ୍ଟରେ ମୋଟ ୨୨୬ଟି ଆପତ୍ତି ଅଭିଯୋଗ ଆସିଥିଲା । ସେଥି ମଧ୍ୟରେ ୧୫୫ ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୧୧ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୬୦ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା । ସେଥି ମଧ୍ୟରୁ ୯୮ଟି ତୁରନ୍ତ ସମାଧାନ ହୋଇଥିଲା ।

Comments (0)
Add Comment