ହରଭଙ୍ଗା ସେବା ସମବାୟରେ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ହରଭଙ୍ଗା ସେବା ସମବାୟ ସମିତିରେ ବ୍ୟାଙ୍କିଙ୍ଗ କର୍ମଶାଳା ଓ କୃଷି ଋଣ ମେଳା ପ୍ୟାକ୍ସ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ୟାକ୍ସ ସଭାପତି ସୁମଞ୍ଜିଲାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଅରୁଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବିସିସିବି ପୁରୁଣାକଟକ ଶାଖା ପରିଚାଳକ ସୌମ୍ୟଜିତ ନାଏକ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା ବୌଦ୍ଧ ୧୨ନଂ ଜୋନର ଜୋନାଲ ଡାଇରେକ୍ଟର ସୁବୋଧ ପ୍ରଧାନ, ସମିତିର ସମ୍ପାଦକ ନିର୍ମଳ ବାରିକ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ତରଫରୁ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଯୋଗାଇ ଦିଆଯାଉଥିବା କୃଷି ଋଣ ଦ୍ୱାରା ଚାଷୀମାନେ କିପରି ଉପକୃତ ହେବା ନେଇ ବ୍ୟାଙ୍କ ସଭାପତି ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସମବାୟରେ ସଫଳ କୃଷି, ସଫଳ ଋଣୀ ହିସାବରେ କୌଣସି ଚାଷୀଙ୍କୁ ସମ୍ମାନୀତି ନ କରିଥିବାରୁ ଚାଷୀଙ୍କ ମନରେ ଅସନ୍ତୋଷ ପ୍ରକାଶ ହୋଇଛି ।

Comments (0)
Add Comment