ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ପୂର୍ବତନ ବାଚସ୍ପତି ତଥା ପୁରୀର ପୂର୍ବତନ ବିଧାୟକ ମହେଶ୍ୱର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ସେ ବ୍ରେନ୍‌ ଷ୍ଟ୍ରୋକ ଯୋଗୁ ଚିକିତ୍ସା ହେଉଥିଲେ । ଗତ ୩୧ ତାରିଖରୁ ଚିକିତ୍ସିତ ହେଉଥିଲେ । ତାଙ୍କ୍‌ ଅବସ୍ଥା ବେଶ୍‌ ଗୁରୁତର ଥିଲା । ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତେ୍ୱ ତାଙ୍କର ରିକଭରି ହୋଇ ପାରିନଥିଲା । ତାଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧି ଯାଇଥିଲା । ତେବେ ପୂର୍ବତନ ବାଚସ୍ପତି ମହେଶ୍ୱରଙ୍କ ବିୟୋଗରେ ପୁରୀରେ ଶୋକର ଛାୟା ଖେଳଯାଇଛି ।
ଗତ ମଙ୍ଗଳବାର ଦିନ ମହେଶ୍ୱର ମହାନ୍ତି ଅସୁସ୍ଥତା ଅନୁଭବ କରିବାରୁ ଚିକିତ୍ସା ପାଇଁ ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ । ତେବେ ମହେଶ୍ୱର ମହାନ୍ତି ଜଣେ ପୁରୁଖା ନେତା, ଜଣେ ଦକ୍ଷ ସଂଗଠକ ଥିଲେ ।
ଗତ ୧୯୯୫ ମସିହାରୁ ମହେଶ୍ୱର ମହାନ୍ତି ପୁରୀରୁ ବିଧାୟକ ଭାବେ ଲଗାତାର ନିର୍ବାଚିତ ହୋଇ ଆସିଥିଲେ । ତେବେ ଗତ ୨୦୧୯ ବିଧାନସଭା ନିର୍ବାଚନରେ ସେ ବିଜେପି ଠାରୁ ପରାସ୍ତ ହୋଇଥିଲେ । ବିଜେଡିକୁ ସେ ପୁରୀରେ ଏକ ଦୁର୍ଗରେ ପରିଣତ କରିଥଲେ ତାଙ୍କ ସମୟରେ । ପ୍ରଥମେ ସେ ଜନତା ଦଳରୁ ଜିତି ବିଧାୟକ ହୋଇଥିଲେ । ପରେ ସେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଆସିଥିଲେ । ହେଲେ ୨୦୧୯ ନିର୍ବାଚନରେ ପରାସ୍ତ ହେଇଥିଲେ । ପରେ ତାଙ୍କର ଦେହ ସାମାନ୍ୟ ଅସୁସ୍ଥ ରହିଥିଲା । ସେ ପୁରୀ ବିଧାୟକ ହେବା ସହ ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଣ୍ଡଳରେ ଆଇନମନ୍ତ୍ରୀ, ପର୍ଯ୍ୟଟନ ମନ୍ତ୍ରୀ, ରାଜସ୍ୱ ମନ୍ତ୍ରୀ ଏବଂ ବିଧାନସଭାରେ ବାଚସ୍ପତି ଭାବେ ସଫଳତାର ସହ ନିଜର ଦାୟିତ୍ୱ ନିର୍ବାହ କରିଥିଲେ ।

Comments (0)
Add Comment