ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ ପାଇବେ କୌଶିକ ସାହୁ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବରିଷ୍ଠ ଆଇନଜୀବୀ କୌଶିକ ସାହୁ ଚଳିତ ବର୍ଷର ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ସଂରକ୍ଷଣ ସମ୍ମାନ ପାଇବା ପାଇଁ ମନୋନୀତ ହୋଇଥିବା ଜଣାପଡିଛି । ସୂଚନା ଯୋଗ୍ୟ ଯେ, ୧୯୯୭ ମସିହାରୁ କନ୍ଧମାଳ ଜିଲ୍ଲାର ଅବୈତନକ ବନ୍ୟପ୍ରାଣୀ ସଂରକ୍ଷକ ଭାବେ କାର୍ଯ୍ୟ କରିବା ସହ ସେ ଜଙ୍ଗଲ ସୁରକ୍ଷା, ବୃକ୍ଷରୋପଣ ଏବଂ ବନ୍ୟପ୍ରାଣୀ ମାନଙ୍କ ସୁରକ୍ଷା ଦିଗରେ ଦୀର୍ଘ ଦିନ ଧରି କାର୍ଯ୍ୟ କରି ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ରାଜ୍ୟ ସରକାରଙ୍କର ନିଷ୍ପତ୍ତି କ୍ରମେ କୌଶିକ ସାହୁଙ୍କୁ ଚଳିତ ମାସ ୭ ତାରିଖ ଶନିବାର ଦିନ କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ସ୍ଥିତ କନ୍ଧମାଳ ଜିଲ୍ଲା ବନ ବିଭାଗ କାର୍ଯ୍ୟାଳୟରେ ହେବାକୁ ଥିବା ଏକ ଉତ୍ସବରେ ସମ୍ମାନିତ କରାଯିବ ବୋଲି ବିଭାଗ ପକ୍ଷରୁ ଜଣାପଡିଛି ।

Comments (0)
Add Comment