ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ନୂଆଗଡ଼ ବ୍ଳକ ଅନ୍ତର୍ଗତ କୀରମା ଗ୍ରାମ ପଞ୍ଚାୟତଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ରୋମାଞ୍ଚଳ ଖମାରିଙ୍କ ସହ ଜିଲ୍ଲାର ବିଭିନ୍ନ ଅଧିକାରୀ, ବ୍ଳକସ୍ତରୀୟ ଅଧିକାରୀ ଓ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଏହି ଅଭିଯୋଗ ଶୁଣାଣିରେ ୭୭ ଗୋଟି ଅଭିଯୋଗ ଆସିଥିବା ବେଳେ ତୁରନ୍ତ ଏହାର ସମାଧାନ ସକାଶେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ପ୍ରକୃତ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିଥିଲେ ।