ବ୍ରାଉନସୁଗାର ଜବତ, ଜଣେ ଗିରଫ

ପୁରୀ : ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ନିମାପଡ଼ା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ନାରାୟଣ ବେହେରାଙ୍କ ନେତୃତ୍ୱରେ ଏକ ଟିମ ନିମାପଡ଼ା ଥାନା ସର୍ବାପଡ଼ା ମାଝୀ ସାହି ତ୍ରିନାଥ ମନ୍ଦିର ସାମ୍ନାରେ ଚଢ଼ାଉ କରି ଗୁରୁ ଚରଣ ଭୋଇ (୩୨) ବର୍ଷ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରି ତାଙ୍କ ନିକଟରୁ ୫୧ ଗ୍ରାମ ବ୍ରାଉନ ସୁଗାର (ହେରୋଇନ )ଜବତ କରିଛନ୍ତି । ନିମାପଡା ଅବକାରୀ ଥାନା କେସ ନଂ :- ୧୮୨/୨୩-୨୪ ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ନିମାପଡା ଉପ-କାରାଗାରକୁ ପଠାଯାଇଛି । ଜବତ ବ୍ରାଉନ ସୁଗାରର ମୂଲ୍ୟ ପ୍ରାୟ ୫,୧୦,୦୦୦ ଟଙ୍କାରୁ ଉଦ୍ଧ୍ୱର୍ ହେବ । ଏହି ଚଢ଼ାଉରେ ଅବକାରୀ ଜିତେନ୍ଦ୍ର କୁମାର ବେହେରା, ତପନ କୁମାର ପ୍ରଧାନ, ଏସ ଜନ୍ମେଜୟ ,ସ୍ୱାଗତିକା ଘଡଇ, ଶରତ ଚନ୍ଦ୍ର ସାହୁ ପ୍ରମୁଖ ସାମିଲ ଥିଲେ ।

Comments (0)
Add Comment